ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

5

ବରଗଡ଼:- ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଅରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଭଟଲି ବ୍ଲକ ଚେୟାରମେନ ନିତ୍ୟାନନ୍ଦ ପ୍ରଧାନ, ବରଗଡ଼ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂ, ଉପ-ଜିଲ୍ଲାପାଳ କୁମାର ନାଗ ଭୂଷଣ , ବନଖଣ୍ଡ ଅଧିକାରୀ ବିକ୍ରମଦେବ ପଟ୍ଟନାୟକ , ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ନିରୁପମା ଷଡଙ୍ଗୀ ଏବଂ ଭଟଲି ବିଡିଓ ସରୋଜା ବେହେରା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।ସୂଚନାଯୋଗ୍ୟ ଯେ , ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ ଆଦି ସମସ୍ୟା ଆଧାରିତ ସମୁଦାୟ ୩୬ ଗୋଟି ଅଭିଯୋଗ ମଧ୍ୟରୁ ୨୯ ଗୋଟି ବ୍ୟକ୍ତିଗତ ଏବଂ ୦୭ ଗୋଟି ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.