ବଡ଼ଗାଁ ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

5

ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ଆଜି ବଡ଼ଗାଁ ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକ ର ଶୁଣାଣି କରିଥିଲେ।
ଆଜି ମୋଟ ୬୯ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୩୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୩୭ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୧୫ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା ଆଦି ପ୍ରମୁଖ ରହିଥିଲା।
ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଦୁଃଖ ବନ୍ଧୁ ନାୟକ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ବଡ଼ଗାଁ ବ୍ଲକ ଅଧ୍ୟକ୍ଷା, ବଡ଼ଗାଁ ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର, ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.