ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ପୋତ୍ତାର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଓ ଶ୍ରୀ ଦିଲ୍ଲୀପ କୁମାର ବେହେରା , ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପୋତ୍ତାର ଗ୍ରାମ ପଞ୍ଚାୟତ ସମେତ ଲୋବା , ଡମ୍ବାଳ ଓ ଅମେଡ଼ା ପଞ୍ଚାୟତର ସମୁଦାୟ ମୋଟ- ୧୨୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୨ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୮୫ ଗୋଟି ଓ ୧୦ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି , ଜଣକୁ ଜିଲ୍ଲା ରେଡକ୍ରସ୍ ପାଣ୍ଠିରୁ ୧୨ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ, ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀ ଜ୍ୟାତି ପାଣି , ଉପ ଅଧ୍ୟକ୍ଷ , ପଞ୍ଚାୟତ ସମିତି ରାୟଗଡ଼ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର ସିଂ, ତହସିଲଦାର ଶ୍ରୀ ସଦାଶିବ ବତ୍ରା ଓ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଅମ୍ବିକା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post