ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ

5

ପଦ୍ମପୁର :- ଶିକ୍ଷା ସପ୍ତାହ ପାଳନ ଅବସରରେ ଆଜି ଷଷ୍ଠ ଦିବସରେ ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପରିସର ମଧ୍ୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି।ଏହି ସଭାରେ ସଭାପତିତ୍ବ କରିଥିଲେ ବରିଷ୍ଠ ଶିକ୍ଷକ ଶ୍ରୀ ପ୍ରମୋଦ ନାଥ ଓ ଇକୋ କ୍ଲବ କାହିଁକି ଗଠନ କରିବା ଏହା ଉପରେ ଆଲୋକପାତ କରିଥିଲେ। ସଭାରେ ବରିଷ୍ଠ ଶିକ୍ଷକ ଶ୍ରୀ ଅକ୍ଷୟ କୁମାର ବେହେରା, ଶ୍ରୀ ଲେକ୍ରୁ ବାରିକ, ଶ୍ରୀମତୀ ନନ୍ଦିନୀ ମିଶ୍ର, ଶ୍ରୀ ଚନ୍ଦ୍ରଭାନୁ ବଡ଼ଗୁଛିଆ ପ୍ରମୁଖ ନିଜ ନିଜର ମତବ୍ୟକ୍ତ କରିଥିଲେ ।ଏହି ସଭାରେ ସ୍କୁଲର ଇକୋ କ୍ଲବ ଗଠନ କରାଯାଇଥିଲା ଓ ସ୍କୁଲ ପରିସରରେ ଛାତ୍ରଛାତ୍ରୀମାନେ ବୃକ୍ଷ ରୋପଣ କରିଥିଲେ। ସମସ୍ତ କାର୍ଯ୍ୟରେ ଶ୍ରୀ ସୁରେଶ ପଟେଲ ସହଯୋଗ କରିଥିଲେ।

Leave A Reply

Your email address will not be published.