ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଖାଣ୍ଡବା ଗ୍ରାମ ପଞ୍ଚାୟତର ପାଲାରସିଂ ଗ୍ରାମ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ଶ୍ରୀ ଦିଲ୍ଲୀପ କୁମାର ବେହେରା , ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଖାଣ୍ଡବା ଗ୍ରାମ ପଞ୍ଚାୟତ ସମେତ ବୁଦୁରାଶ, ଗୋରିବନ୍ଧ ଓ ଅଲଡ଼ା ପଞ୍ଚାୟତର ସମୁଦାୟ ମୋଟ- ୧୧୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୯ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୫୬ ଗୋଟି ଓ ଗୋଟିଏ ଅଭିଯୋଗ କୁ ତୁରନ୍ତ ସମାଧାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା ,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀମତୀ ବାଲା ଶାୟାମା , ଅଧ୍ୟକ୍ଷା , ପଞ୍ଚାୟତ ସମିତି କାଶୀନଗର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦମ୍ବୁରୁଧର ମଲ୍ଲିକ , ତହସିଲଦାର ଶ୍ରୀ ଅଶୋକ କୁମାର ପ୍ରଧାନ , ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ କାଶୀନଗର ଶ୍ରୀ ଭଗବତ ସାହୁ ଓ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସିଏଚ୍.ମାଧବୀ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.