ଭବାନୀପାଟଣା:(ଶାସକ ପ୍ରଶାସକ) ତା୨୯.୭.୨୦୨୪: ଆଜି କଲମପୁରବ୍ଲକସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୪୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୨୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୦ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।
Sign in
Sign in
Recover your password.
A password will be e-mailed to you.