ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଦୁଇ ଅଧିକାରୀ ଙ୍କ ଚାକିରିରୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା ।

5

ନବରଙ୍ଗପୁର 31.୦୭.୨୦୨୪ : ଅଶୋକ ସାହୁ, ଶାସକ ପ୍ରଶାସକ:  ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଓ କର୍ମଚାରୀ ଙ୍କ ତରଫରୁ ନବରଙ୍ଗପୁର ଜିଲ୍ଲାପାଳ ଙ୍କ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶିବାନୀ ଗୁହା ଏବଂ ନିର୍ବାଚନ ଉପ ବିଭାଗର ବିଭାଗୀୟ ଅଧିକାରୀ ଚିତ୍ତରଞ୍ଜନ ପାତ୍ର ଙ୍କୁ ସରକାରୀ ସେବା କାର୍ଯ୍ୟରୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା l ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ହୋଇଥିବା ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ଵର ଚନ୍ଦ୍ର ନାୟକ, ନବୀନ ଚନ୍ଦ୍ର ନାୟକ , ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର ପ୍ରମୁଖ ଶ୍ରୀମତୀ ଗୁହା ଏବଂ Sri ପାତ୍ର ଙ୍କ କାର୍ଯ୍ୟଶୈଳୀ, କାର୍ଯ୍ୟଦକ୍ଷତା, ଅମାୟିକ ବନ୍ଧୁତା, ଏବଂ ସମସ୍ତଙ୍କ ପ୍ରତି ଥିବା ତାଙ୍କର ନିଷ୍ଠାପର ସହଯୋଗ କୁ ମନେ ପକାଇ ଶ୍ରଦ୍ଧାର ସହିତ କୃତଜ୍ଞତା ଜ୍ଞାପନ କରିବା ସହିତ ପ୍ରୋଭିଜିନାଲ ପେନସନ ମଧ୍ୟ ପ୍ରଦାନ କରିବା ସହିତ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ କାମନା କରି, ପରିବାର ସହ ଅବସର କାଳୀନ ବାକି ସମୟ ଶୁଭଙ୍କର ହେଉ ବୋଲି ଭଗବାନଙ୍କ ନିକଟରେ ପ୍ରାର୍ଥନା ଜଣାଇଥିଲେ ।

ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସାମାଜିକ ଅଧିକାରୀ ପନକା ରବିନ୍ଦ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର ଡେପୁଟି ଜିଲ୍ଲାପାଳ, ଗୀତାଞ୍ଜଳି ବେହେରା, ପି ମନସ୍ମିତା, ସମସ୍ତ ସହକାରୀ ଜିଲ୍ଲାପାଳ , ଏ ସୁରେଶ, ବିଜୟ ସାହୁ, ସୁରେଶ ପଟ୍ଟନାୟକ, ଜିତେନ୍ଦ୍ର ଚୌଧୁରୀ, ହିମାଂଶୁ ଶେଖର ପଟନାୟକ, ଅଜୟ ସାହୁ, ସତ୍ୟନାରାୟଣ ସାହୁ, ସୁବାସ ସାହୁ, ଯୋଛନା ଚୌଧୁରୀ, ସୁନୀଲ କୁମାର ଦାସ,ରାମ ଚନ୍ଦ୍ର ରଘୁ ମଣ୍ଡଳ, ସଞ୍ଜୀବ ପଣ୍ଡା,ଦିବାକର ପଟନାୟକ,ବିଶ୍ୱଜିତ ମହାନ୍ତି, ପ୍ରମୁଖ ଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.