ଉପଖଣ୍ଡ ସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ।

5

ଗୁଣପୁର/ ୦୧/୦୮: ଗୁଣପୁର ଉପଖଣ୍ଡ ସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଆଜି ଏକ ପ୍ରସ୍ତୁତି ବୈଠକ ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଉପ ଜିଲ୍ଲାପାଳ କିରନ ଦୀପ କୌର ସହୋତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଡେପୁଟି କଲେକ୍ଟର ମଧୁସୂଦନ ମାଝୀ ଡେପୁଟି କମାଣ୍ଡାଣ୍ଟ ଆଇ, ଆର, ବି ଗୋପବନ୍ଧୁ ଶତପଥୀ ମଞ୍ଚସିନ ଥିଲେ । ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରାଙ୍କ ଉପସ୍ଥିତିରେ ସହକାରୀ ଜିଲ୍ଲାପାଳ ବିପିନ ଚନ୍ଦ୍ର ନାୟକ ସ୍ୱାଗତ ଜଣେଇଥିଲେ । ଅନନ୍ତ ପାତ୍ର ଗତ ବର୍ଷର କାର୍ଯ୍ୟକ୍ରମ ବିବରଣୀ ପାଠ କରି ସଂଯୋଜନା କରିବା ସହ ଚଳିତ ବର୍ଷ ପାଇଁ ବୈଠକରେ ଉପସ୍ଥିତ ବ୍ୟକ୍ତି ବିଶେଷଙ୍କ ପ୍ରସ୍ତାବ ଲୋଡିଥିଲେ | ସ୍ୱାଧୀନତା ଦିବସ ପାଳନ ଦିନ ପ୍ରତ୍ୟୁଷରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ରାମଧୂନ ପରିବେଷଣ କରାଯିବ । ଭୋର ୦୫-୩୦ ସମୟରେ ଗୋଷ୍ଠୀ ଶିକ୍ଷା ତାଲିମ କେନ୍ଦ୍ରରୁ ପ୍ରଭାତଫେରି କରାଯିବ ।ସକାଳ ଘ ୭.୩୦ ମି ସମୟରେ ସମସ୍ତ ସରକାରୀ, ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସେହିପରି ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବାକୁ ଥିବା ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସରେ ସକାଳ ଘ. ୯. ୧୫ମି. ସମୟରେ ଅନୁଷ୍ଠାନିକ ଭାବେ ମୁଖ୍ୟ ଅତିଥି ତଥା ଗୁଣପୁର ଉପ ଜିଲ୍ଲାପାଳଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତଳୋନ କରାଯିବ | ପ୍ୟାରେଡ଼ର ସମସ୍ତ ଦାୟିତ୍ୱ ଆଇ, ଆର, ବିଙ୍କୁ ଅର୍ପଣ କରାଗଲା । 11,12,13 ତିନିଦିନ ଅପରାହ୍ନ 3ଘଟିକା ସମୟରେ ପ୍ୟାରେଡ଼ର ପୂର୍ବଭ୍ୟାସ କରିବା ନିମନ୍ତେ ସ୍ଥିର କରାଗଲା । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବକୃତା ଓ କୁଇଜ ଭଳି ବିଭିନ୍ନ ପ୍ରତିଯୋଗିତା ଅଗଷ୍ଟ ୦୮ ଓ ୦୯ ତାରିଖରେ ଆୟୋଜନ କରାଯିବ। ପ୍ୟାରଡ଼ ପଡିଆରେ ବାରିକେଟ ଲଗାଇବାପାଇଁ ବନ ବିଭାଗକୁ ଦାୟିତ୍ୱ, ପଡିଆ ମରାମତି ଡାଇସ ମରାମତି ରଙ୍ଗ ଦିଅ କାର୍ଯ୍ୟ ପୂର୍ତ୍ତ ବିଭାଗ ସହ ଅନ୍ୟ ବିଭାଗକୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା | ଏହି ଦିବସ ପାଳନ ଅବସରରେ ବିଭିନ୍ନ ଅନୁଷ୍ଠାନରେ ଯଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରୋଗୀ, ଉପ କାରାଗାର ଅନ୍ତେବାସୀ ମାନଙ୍କୁ ଫଳ ଓ ମିଷ୍ଠlହ୍ନ ବଣ୍ଟନ କରାଯିବ l ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ପୌର ନିର୍ବାହୀ ଅଧିକାରୀ, ମଙ୍ଗଳ ଅଧିକାରୀ , ଆଦର୍ଶ ଥାନା ଅଧିକାରୀ, ମହାବିଦ୍ୟାଳୟ ଓ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ, ଅଧ୍ୟକ୍ଷା, ହାଇସ୍କୁଲ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ,ପୂର୍ତ୍ତ ବିଭାଗ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ ପରେ ସଭା ସାଙ୍ଗ କରାଯାଇଥିଲା ।

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି

Leave A Reply

Your email address will not be published.