ଡାବୁଗାଁ ରେ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

5

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୩/୦୮/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇ ଯାଇଛି। ବିଡିଓ ଶରତ ମାଝୀ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକ ରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ସାଂସଦ ଙ୍କ ପ୍ରତିନିଧି ଜେ ରାଜ ଶେଖର ରାଓ,ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ, ବ୍ଲକ କଂଗ୍ରେସ ସଭାପତି ଜି ସାଇ ରାଜୁ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସଭାପତି ଶୁଭଜିତ ପାଣିଗ୍ରାହୀ, ଜିଲ୍ଲା ପରିଷଦ ସଭ୍ୟ ଗୁପ୍ତ ବିଶୋଇ ପ୍ରମୁଖ ମଞ୍ଚାସିନ ଥିଲେ। ଅଗଷ୍ଟ ୧୫ ତାରିଖ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ମୁଖ୍ୟ ପତ୍ତାକା ଉତ୍ତୋଳନ କାର୍ଯ୍ୟକ୍ରମ ସ୍ଥାନୀୟ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେ ହେବା ନେଇ ସ୍ଥିର କରାଯାଇଥିଲା। ଏଥିରେ ସ୍ଥାନୀୟ ଡାବୁଗାଁ ବିଧାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତ୍ତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ ରେ ଯୋଗ ଦେଇ ଅଭିବାଦନ ଗ୍ରହଣ କରିବେ। ଏଥି ପୂର୍ବରୁ ବ୍ଲକ ର ସମସ୍ତ ସରକାରୀ,ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନ ଗୁଡ଼ିକ ରେ ସକାଳ ୮ ଘଣ୍ଟ ସମୟରେ ପତ୍ତାକା ଉତ୍ତୋଳନ କରିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା। ବିଦ୍ୟାଳୟ ଗୁଡ଼ିକ ରେ ବିଭିନ୍ନ ଖେଳକୁଦ ପ୍ରତିଯୋଗିତା ରେ କୃତି ପ୍ରତିଯୋଗୀ ସ୍ଥାନୀୟ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ପ୍ରତିଯୋଗିତା ରେ ଭାଗ ନେବେ। ଅଗଷ୍ଟ ୧୪ ତାରିଖ ରେ ବିଭିନ୍ନ ବିଦ୍ୟାଳୟରୁ ଭାଗ ନେଇଥିବା ପ୍ୟାରେଡ ଗ୍ରୁପ ର ପୂର୍ବାଭ୍ୟାସ କରାଯିବ। ପ୍ରଶାସନ ତରଫରୁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ସକାଳ ୪ ଘଣ୍ଟ ସମୟରେ ରାମଧୁନ ଓ ସ୍କୁଲ ଛାତ୍ରଛାତ୍ରୀଙ୍କ ଦ୍ବାରା ସକାଳ ୬ ଘଣ୍ଟ ସମୟରେ ପ୍ରଭାତ ଫେରି କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହେବ। ଅତିଥି ମାନଙ୍କ ଦ୍ଵାରା ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ଅବସରରେ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ସହ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ହେବା ନେଇ ସ୍ଥିରୀକୃତ ହୋଇଥିଲା। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାହାକ, ଏବିଇଓ ସନ୍ତୋଷ ସାହୁ, ପୁଲିସ ଏସ ଆଇ ବିଜୁରାମ ବାଘ, ଏମ ଆପ୍ପା ରାଓ,ବରିଷ୍ଠ ଶିକ୍ଷକ ନିତ୍ୟାନନ୍ଦ ମହାନ୍ତି, ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷା ଅନୁଷ୍ଠାନ ର ଶିକ୍ଷକ ଓ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.