ଭୁବନେଶ୍ୱର:ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲୋ ସେ ତତ୍କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲୋ ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀା ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନ ଆନ୍ଦୋଳନରେ ନୀଳକଣ୍ଠ ସକି୍ରୟ ଯୋଗଦାନ କରିଥିଲୋ
ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ମଣ୍ଡନ କରିବା ସହିତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ପଦ ମଧ୍ୟ ଅଳଙ୍କୃତ କରିଥିଲୋ ସେ ଥିଲେ ଏକାଧାରରେ ସଂଗ୍ରାମୀ, ସଂସ୍କାରକ, ଅଧ୍ୟାପକ, ଶିକ୍ଷାବିତ୍, ରାଜନେତା, ବାଗ୍ମୀ ଓ ସୁଲେଖକା ଓଡ଼ିଶା ଇତିହାସରେ ତାଙ୍କର କୃତି ଓ କୀର୍ତ୍ତି ଚିର ଉଜ୍ଜ୍ୱଳ ରହିବା
ପଣ୍ଡିତ ନୀଳକଣ୍ଠ ଦାସଙ୍କର ୧୪୦ତମ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଆୟୋଜିତ ସଂକ୍ଷିପ୍ତ ଉତ୍ସବରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା, ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଶ୍ରୀ ଗଣେଶ ରାମ ଖୁଣ୍ଟିଆ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ମାନ୍ୟବର ବିଧାୟକ ଗଣ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା, ବିଧାନସଭାର ସଚିବ ଶ୍ରୀ ଦାଶରଥି ଶତପଥୀ ପ୍ରମୁଖ ପଣ୍ଡିତ ନୀଳକଣ୍ଠଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲୋ
ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲାା