ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍. କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ , ଗଜପତି , ଡ଼.ଗୁଣନିଧି ନାୟକ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି , କତଳକଇଠା , ବାଘଶାଳ , ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୧୧୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୯୦ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୨୮ ଗୋଟି ଓ ୧୧ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି , ୩ଜଣକୁ ରେଡ୍କ୍ରସ ପାଣ୍ଠିରୁ ୪୦ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର କମଳ କାନ୍ତ ପଣ୍ଡା , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଜୟ କୁମାର ପ୍ରଧାନ , ସ୍ଥାନୀୟ ତହସିଲଦାର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.