ଭବାନୀପାଟଣା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।

5

ଭବାନୀପାଟଣା(ଶାସକ ପ୍ରଶାସକ ) ତା୫.୮.୨୦୨୪: ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଧିମନ୍ ଚକମାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ 224ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୬୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୩ଜଣ ଙ୍କୁ ଏବଂ ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା

Leave A Reply

Your email address will not be published.