ଭୁବନେଶ୍ୱର, ୦୭/୦୮/୨୦୨୪: ଜମି ବିକ୍ରିରେ ବେଆଇନ୍ କାରବାର ନେଇ ଜଗତପୁରରେ କାର୍ଯ୍ୟରତ ସବ୍ରେଜିଷ୍ଟ୍ରାର୍ ଆର୍ଯ୍ୟଦୀପ୍ତ ଅରଣ୍ୟକ ସାମନ୍ତରାୟ ନିଲମ୍ବିତ ହୋଇଛନ୍ତିା ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତାଙ୍କ ବିରୋଧରେ ଏହି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିା ନିଲମ୍ବନ ନ ହଟିବା ପର୍ଯ୍ୟନ୍ତ ଶ୍ରୀ ସାମନ୍ତରାୟ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରହିବୋ ଏହା ସହ ବିନା ଅନୁମତିରେ କୌଣସି ପ୍ରକାର ଛୁଟି ନେଇପାରିବେ ନାହିଁ ବୋଲି ନିଲମ୍ବନ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛିା
ସେହିପରି ସବ୍ରେଜିଷ୍ଟ୍ରାର୍ ଦାୟିତ୍ୱରେ ଥିବା ପିପିଲିର ଅତିରିକ୍ତ ତହସିଲଦାର ନବକିଶୋର ପାତ୍ର ଜମିଜମା ରେଜିଷ୍ଟ୍ରେସନ୍ରେ ଅନିୟମିତତା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତିା ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତାଙ୍କ ବିରୋଧରେ ଏହି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିା ନିଲମ୍ବନ ନ ହଟିବା ପର୍ଯ୍ୟନ୍ତ ଶ୍ରୀ ପାତ୍ର ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରହିବୋ ଏହା ସହ ବିନା ଅନୁମତିରେ କୌଣସି ପ୍ରକାର ଛୁଟି ନେଇପାରିବେ ନାହିଁ ବୋଲି ନିଲମ୍ବନ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛିା
ଏଠାରେ ସୂଚନାଯୋଗ୍ୟ ଯେ ଗତକାଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ନିବନ୍ଧନ ସେବାର ସମୀକ୍ଷା ଅବସରରେ ସେବା ପ୍ରଦାନରେ ସ୍ୱଚ୍ଛତା ଓ ସମ୍ମାନର ସହ ସେବା ପ୍ରଦାନ ଉପରେ ଗୁରୁତ୍ୱ ଆରୋପ କରିଥିଲେ ଏବଂ କାର୍ଯ୍ୟରେ ଖିଲାପ କରୁଥିବା ନିବନ୍ଧନ ବା ଉପ-ନିବନ୍ଧନ ଅଧିକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲୋ
Sign in
Sign in
Recover your password.
A password will be e-mailed to you.
Prev Post