ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ ହାକାଥନ୍ ପ୍ରତିଯୋଗିତା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ଓଡିଶା ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେଅଂଶଗ୍ରହଣ କରିଥିଲେ।
କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟରୁ ମନୋନୀତ ହୋଇ ଆସିଥିବା ୨୭ଗୋଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀ ଡ଼. ମାୟାଧର ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ , ଜିଲ୍ଲା ପରିଷଦ , ଗଜପତି , ଡ଼ ଗୁଣନିଧି ନାୟକ ଯୋଗଦେଇ ହାକାଥନ୍ ର ଉଦ୍ଘାଟନ କରିଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦେବୀ ଓ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଆମ୍ପୋଲୁ ରବି କୁମାର ପ୍ରମୁଖ ଉପସ୍ଥିତ ଥିଲେ।
କାର୍ଯ୍ୟକ୍ରମରେ ଭୁବନେଶ୍ୱର ସ୍ଥିତ ଓଡିଶା ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଏଣ୍ଡ ରିସର୍ଚ୍ଚ ର ବିଚାରକ ମଣ୍ଡଳୀଙ୍କ ଦ୍ବାରା ୩ଟି ଶ୍ରେଷ୍ଠ ପ୍ରକଳ୍ପ ଚୟନ କରାଯାଇଥିଲା।
ସେହି ପ୍ରକଳ୍ପ ଗୁଡିକ ରାଜ୍ୟ ସ୍ତରୀୟ ହାକାଥନ୍ ପ୍ରତିଯୋଗିତାରେ ସ୍ଥାନ ପାଇବ ବୋଲି ଜଣାପଡିଛି।
ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଉଚ୍ଚମାଧ୍ୟମକ ବିଦ୍ୟାଳୟର ଛାତ୍ର ଆମେରେନ୍ଦ୍ର ବିଶ୍ୱାଳ ପ୍ରଥମ , ଅଲଡ଼ାର ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ର କିଶାନ କୁମାର ଦୋରା ଦ୍ବିତୀୟ ଓ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ସମଦର୍ଶିନୀ ପାଣିଗ୍ରାହୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।
ସେହିପରି ଅପରାହ୍ନରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁଙ୍କ ସଭାପତିତ୍ୱ ରେ ପୁରସ୍କାର ବିତରଣୀ ଉତ୍ସବ ଆୟୋଜିତ ହୋଇଥିଲା।
ଉକ୍ତ କାର୍ଯ୍ୟକ୍ରମରେ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଏଣ୍ଡ ରିସର୍ଚ୍ଚ ର ଛାତ୍ର ଅଭିଷେକ ପାତ୍ର ମୁଖ୍ୟବକ୍ତା , ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଆମ୍ପୋଲୁ ରବି କୁମାର , ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦେବୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।
ଏହି ଅବସରରେ କୃତି ପ୍ରତିଯୋଗୀଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ। ପ୍ରଥମ , ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରକଳ୍ପ କୁ ଯଥାକ୍ରମେ ୧୫୦୦୦ ,୧୦୦୦୦ , ୫୦୦୦ ଟଙ୍କା ପ୍ରଦାନ କରାଯାଇଥିଲା।
ପ୍ରତିଯୋଗିତାକୁ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଲତା ସୁଭଦର୍ଶିନୀ ସଂଯୋଜନା କରିଥିବା ବେଳେ ଶିକ୍ଷକ ଶିକ୍ଷକ ଏନ୍.ଜଗଦୀଶ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମରେ ମଞ୍ଚ ପରିଚାଳନା କରିଥିଲେ।
ସମସ୍ତ କାର୍ଯ୍ୟକ୍ରମକୁ ନରେଶ ପଟ୍ଟନାୟକ , ସୁନେଟ ବେହେରା , ଆଶିଷ କୁମାର ପ୍ରଧାନ , ନିବେଦିତା ମାଝୀ , ଏ.ମୁରଲୀ କୃଷ୍ଣ , ଭି. କୁର୍ମନାଦମ ଓ ଆଇ.ଭି.ରାମାନା ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ଶେଷରେ ଶିକ୍ଷକ ଏନ୍.ଜଗଦୀଶ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.