ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ଜିଲ୍ଲା ସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି।
ଏହି ପ୍ରତିଯୋଗିତାରେ ଉଚ୍ଚପ୍ରାଥମିକ ବିଦ୍ୟାଳୟ , ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗୀତା ରେ ପ୍ରବନ୍ଧ , ବକୃତା , କୁଇଜ୍ , ଦେଶାତ୍ମକ ବୋଦକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୟ ସ୍ଵାଧୀନତା ଦିବସ ଦିନ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ।
ଆଜିର ବିଭିନ୍ନ ପ୍ରତିଯୋଗୀତାର ବିଚାରକ ମଣ୍ଡଳୀ ଭାବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା , ଶ୍ରୀ କିଶୋର ଚନ୍ଦ୍ର ଦାଶ , ସହକାରୀ ଶିକ୍ଷକ , ଶ୍ରୀ ଅମେଶ ଲିମ୍ମା , ଶ୍ରୀମତୀ ସୁଲତା ଶୁଭଦର୍ଶୀ , ଜଗନ୍ନାଥ ପଟ୍ଟନାୟକ , ଅନିତା ଦାସ , ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ , ସୁନିତା କୁମାରୀ ମହାରଣା , ଶୁଭଲକ୍ଷ୍ମୀ ଦାଶ ଓ ଲକ୍ଷ୍ମୀନାରାୟଣ ଲିମ୍ମା ପ୍ରମୁଖ ବିଚାରକ ମଣ୍ଡଳୀ ଭାବରେ ଉପସ୍ଥିତ ଥିଲେ।
ଏହି ସବୁ ପ୍ରତିଯୋଗିତାକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆୟୋଜିତ ହେଇଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ପିଇଟି ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
Sign in
Sign in
Recover your password.
A password will be e-mailed to you.