ନୂତନ ଗଜପତି ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦାନ ବିଜୟ କୁମାର ଦାଶ

5

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନୂତନ ଗଜପତି ଜିଲ୍ଲାପାଳ ଭାବରେ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଭା.ପ୍ର.ସେ. ଆଜି ଯୋଗଦାନ କରିଛନ୍ତି । ପୁର୍ବରୁ ଥିବା ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଭା.ପ୍ର.ସେ.ଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ଆଜି ପୂର୍ବାହ୍ନ ଜିଲ୍ଲା କାର୍ଯ୍ୟାଳୟ ଠାରେ ଦାୟିତ୍ୱ ଗ୍ରହଣ କରିବା ସହ ସରକାରୀ କାର୍ଯ୍ୟରେ ସ୍ଵଚ୍ଛତା ଓ ସମାୟାନୁବର୍ତ୍ତିତା ଅବଲମ୍ବନ ସକାଶେ ଉପସ୍ଥିତ ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।
ବିଭିନ୍ନ ସରକାରୀ ଯୋଜନାର ସଫଳ ରୂପାୟନ ସହ ହିତାଧିକାରୀ ମାନଙ୍କ ନିକଟରେ ଏହାର ସୁଫଳ ପହଞ୍ଚାଇବା ଉପରେ ନୂତନ ଜିଲ୍ଲାପାଳ ଗୁରୁତ୍ବାରୋପ କରିଥିଲେ। ଗଜପତି ଜିଲ୍ଲାରେ ବିଭିନ୍ନ ବିକାଶ ମୂଳକ ଯୋଜନାକୁ ଗୁରୁତ୍ଵ ଦେବା ସହିତ କାର୍ଯ୍ଯକାରି ହେଉଥିବା ବିଭିନ୍ନ କାମକୁ ତୁରନ୍ତ ଶେଷ କରାଯିବ ଓ ଗଜପତି ଜିଲ୍ଲାର ଜନସାଧାରଣଙ୍କୁ ଉପଯୁକ୍ତ ସେବା ଯୋଗାଇଦେବା ତାଙ୍କାର ପ୍ରାଥମିକତା କାର୍ଯ୍ୟ ହେବ ବୋଲି ନୂତନ ଜିଲ୍ଲାପାଳ କହଛନ୍ତି।
ଶ୍ରୀଯୁକ୍ତ ଦାଶ ପୂର୍ବରୁ କଟକ ମହାନଗର ନିଗମ ଆୟୁକ୍ତ ଭାବରେ କାର୍ଯ୍ୟ ନିର୍ବାହ କରୁଥିଲେ। ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ମୂଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁନାନିଧି ନାୟକ , ଉପ ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ କରିଥିଲେ।

Leave A Reply

Your email address will not be published.