ବଜ୍ରପାତରେ ରାଜ୍ୟର ୬ଟି ଜିଲ୍ଲାରେ ୯ ଜଣଙ୍କ ମୃତ୍ୟୁ

6
  • ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ , ଘୋଷଣା କଲେ ଅନୁକମ୍ପାମୁଳକ ସହାୟତା

  • ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା, ଆହତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ

ଭୁବନେଶ୍ୱର : ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।
ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ ମୟୁରଭଂଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମ ଜିଲ୍ଲା ରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।
ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏଥିସହିତ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।

Leave A Reply

Your email address will not be published.