ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ପ୍ରତ୍ୟେକ ମାସର ତୃତୀୟ ସୋମବାର ହେବାକୁ ଥିଲେ ମଧ୍ୟ ପବିତ୍ର ରକ୍ଷାବନ୍ଧନ ଛୁଟିଦିନ ହୋଇଥିବାବେଳେ, ଆଜି ମଙ୍ଗଳବାର ୨୦/୦୮/୨୦୨୪ ଦିନ ଭଞ୍ଜନଗରସ୍ଥ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।
ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ଓ ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁଜିତ କୁମାର ନାୟକ ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୯୮ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୯୧ ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ ୭ ଟି ଥିଲା। ଉପଜିଲ୍ଲାପାଳ ତ୍ୱରିତ ୮ ଟି ଅଭିଯୋଗର ଫଇସଲା କରିଥିଲେ। ଆଜିର ଅଭିଯୋଗ ସମୟରେ ଉପ ଜିଲ୍ଲାପାଳ ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ଦଶହଜାର ଏବଂ ଅନ୍ୟ ଜଣଙ୍କୁ ସାତ ହଜାର ଟଙ୍କା ପ୍ରଦାନ କରିଥିଲେ । ଏହା ସହିତ ଛଅ ଜଣଙ୍କୁ ବିଧବା,ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିଲା। ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଉପଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ,,ଭଞ୍ଜନଗର ଅତରିକ୍ତ ଉପଜିଲ୍ଲାପାଳ ଶ୍ରୀ ବିଶ୍ଵରଂଜନ କର,ଭଞ୍ଜନଗର , ଦକ୍ଷିଣ ବନଖଣ୍ଡ ଅଧିକାରୀ ଶ୍ରୀବିନୋଦ ଆଚାର୍ଯ୍ୟ ,ଉତ୍ତର ବନଖଣ୍ଡ ଅଧିକାରୀ ଶ୍ରୀ ହିମାଂଶୁ ଶେଖର ମହାନ୍ତି, ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପି,ପଦ୍ମା,ଭଂଜନଗର ଗୋଷ୍ଠୀ ଉର୍ନୟନ ଅଧିକାରୀ ଶ୍ରୀ ମନ୍ମଥ କୁମାର ନାୟକ , ,ଭଂଜନଗର ,, ସହାୟକ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର ମହାପାତ୍ର,ଭଞ୍ଜନଗର ଥାନା ଅଧିକାରୀ ଶ୍ରୀ କୁମାର ମୁଦୁଲି,,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ମୁରଲୀ କୃଷ୍ଣ ପଣ୍ଡା, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l