ଜଗତସିଂହପୁର,ତା-୨୦.୦୮.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ,(ଭା. ପ୍ର.ସେ.) ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ 86 ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ 71 ଗୋଟି, ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ 15 ଟି ରହିଥିଲା। ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ 03 ଟି, ଆବାସ ଯୋଜନା ସମ୍ପର୍କୀୟ 04 ଟି, ଜମିଜମା ସମସ୍ୟା ସମ୍ପର୍କୀୟ 21 ଟି, ପେନସନ ସହାୟତା ପାଇଁ 04 ଟି, ପୋଲିସ୍ ସହାୟତା ପାଇଁ 06, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ଫଣ୍ଡ ରୁ ସହାୟତା ନିମନ୍ତେ 01 ଟି ଏବଂ ଅନ୍ୟାନ୍ୟ 28 ଟି ଅଭିଯୋଗର ଶୁଣାଣି କରାଯାଇଥିଲା। 4 ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି. ଆର,ଅତିରିକ୍ତ ଜ଼ିଲ୍ଲାପାଳ ,ଶ୍ରୀ ସମ୍ବିତ୍ କୁମାର ରାଉତ, ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ଉପଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜଗତସିଂହପୁର, ଶ୍ରୀ ଆଶୁତୋଷ ମିଶ୍ର, ତହସିଲଦାର, ଜଗତସିଂହପୁର ,ଶ୍ରୀ ତାରିଣୀ ରଞ୍ଜନ ରାୟ, ଏସ୍ ଡି ପିଓ ଶ୍ରୀ ରଶ୍ମିରଞ୍ଜନ ସାହୁ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
Sign in
Sign in
Recover your password.
A password will be e-mailed to you.