ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ଉଦୟପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାରଶ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀବରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଉଦୟପୁର ଗ୍ରାମ ପଞ୍ଚାୟତ ସମେତ କିରାମା , ଅନୁଗୁରୁ ଓ ପାରିମେଲା ପଞ୍ଚାୟତର ସମୁଦାୟ ମୋଟ- ୮୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୩ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୫୩ ଗୋଟି ଓ ୫ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ପାଞ୍ଚ ଜଣଙ୍କୁ ୨୨ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ୬ ଜଣଙ୍କୁ ଜଙ୍ଗଲ ଜମିପଟ୍ଟା ପ୍ରଦାନ କରାଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀମତୀ ମାଳତୀ ପ୍ରଧାନ , ଅଧ୍ୟକ୍ଷା , ପଞ୍ଚାୟତ ସମିତି ନୂଆଗଡ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର , ଡେପୁଟି କଲେକ୍ଟର ଶ୍ରୀ କମଳକାନ୍ତ ପଣ୍ଡା , ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.