ବରଗଡ଼:- ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ପଦ୍ମପୁର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ,ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ନିରୁପମା ଶଡଙ୍ଗୀଙ୍କ ସମେତ ବ୍ଲକ ଅଧ୍ୟକ୍ଷା ବବି ପ୍ରଧାନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ ଆଦି ସମସ୍ୟା ଅଧାରିତ ସମୁଦାୟ ୬୩ ଗୋଟି ଅଭିଯୋଗ ମଧ୍ୟରୁ ୪୫ ଗୋଟି ବ୍ୟକ୍ତିଗତ, ୧୭ ଗୋଟି ସାମୁହିକ ଏବଂ ୦୧ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଧାରିତ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
Sign in
Sign in
Recover your password.
A password will be e-mailed to you.