ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ

5

 

 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବଡ଼ ହାସ୍ୟ ଉଲ୍ଲାସରେ ତଥା ଆନନ୍ଦର ସହିତ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଶିଶୁ ପ୍ରାରମ୍ଭ ଠାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ କୁନିକୁନି ଭାଇଭଉଣୀ ମାନେ ରାଧା ଓ କୃଷ୍ଣ ପକାଇ ସ୍ଥାନୀୟ କରଣ ସାହି ସ୍ଥିତ ଶ୍ରୀ ନୃସିଂହନାଥ ମଠରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରି ବିଦ୍ୟାଳୟରେ ପହଞ୍ଚି ଥିଲେ।
ଉକ୍ତ ଶୋଭା ଯାତ୍ରାରେ ବିଦ୍ୟାଳୟର ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ମାନେ ଶ୍ରୀକୃଷ୍ଣ ଓ ରାଧା ବେଶରେ ଭାଗ ନେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରୀମତୀ ଇନ୍ଦିରା ଜମାଦାର , ମୁଖ୍ୟବକ୍ତା ରୂପେ ସୁଶ୍ରୀ ଚାରୁବାଳା ନାୟକ , ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଦେବୀ ମଠର ମହନ୍ତ ପୂଜ୍ୟଶ୍ରୀ ରାମାନନ୍ଦ ଦାଶ ମହାରାଜ , ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ଜମାଦାର , ଉପ- ସଭାପତି ଶ୍ରୀଯୁକ୍ତ ସଂଜୟ ଜେନା , ସମ୍ପାଦକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପଟ୍ଟନାୟକ , ଯୁଗ୍ମ- ସମ୍ପାଦକ ବିଭୂତି ଭୂଷଣ ରଥ , କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରମୋଦ ଚନ୍ଦ୍ର ପାଢ଼ୀ , ସଦସ୍ୟା ଶ୍ରୀମତୀ ସରିତା ପାଣିଗ୍ରାହୀ ଓ ଶ୍ରୀମତୀ ସୁଜାତା ଗମାଙ୍ଗ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟବିଚିତ୍ରା ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ତତ୍ତ୍ଵାବଧାନରେ ତଥା ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ମଣ୍ଡିତ ହୋଇଥିଲା।
ଏହି ଅବସରରେ ବିଦ୍ୟାଳୟ ପରିସର ମଧ୍ୟରେ ୯ମ ଓ ୧୦ମ ଛାତ୍ରମାନଙ୍କ ଦ୍ୱାରା ଦହି ହାଣ୍ଡି ଭଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମର ଶେଷରେ ବିଦ୍ୟାଳୟର ବରିଷ୍ଠ ସଂସ୍କୃତ ଆଚାର୍ଯ୍ୟ ଶ୍ରୀଯୁକ୍ତ ଗୋପାଳକୃଷ୍ଣ ପଣ୍ଡିତ ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.