ସୁଭଦ୍ରା ଯୋଜନାର ୱେବ ପୋର୍ଟାଲର ଶୁଭାରମ୍ଭ

3

ଭୁବନେଶ୍ୱର : ଆଜି ସୁଭଦ୍ରା ଯୋଜନାର “ୱେବ ପୋର୍ଟାଲ” ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା |ଏହି ୱେବ ପୋର୍ଟାଲର ଲିଙ୍କହେଲା www.subhadra.odisha.gov.in | ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ୱେବ ପୋର୍ଟାଲର ଶୁଭାରମ୍ଭ କରି କହିଛନ୍ତି ଯେ

  •  ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ଯୋଜନା।

  •  ଆପଣମାନେ କୌଣସି fake ୱେବସାଇଟ ଦ୍ଵାରା ଭ୍ରମିତ ହୁଅନ୍ତୁ ନାହିଁ |

  •  ସୁଭଦ୍ରା ଯୋଜନା ସମ୍ବନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି ।

  •  ଏହା ଦ୍ଵାରା ଆପଣମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ| ଏହାର ଉପାଦାନ ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛି |

  •  ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଦ୍ଵାୟିତ୍ଵ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି|

  •  ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ |

  •  ସୁଭଦ୍ରା ଯୋଜନା ସମ୍ବନ୍ଧୀୟ କୌଣସି ନୂଆ ଘୋଷଣା ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ |

  •  ଆଉ କିଛି ଜାଣିବାକୁ ହେଲେଆପଣ ଟୋଲ ଫ୍ରୀ ନମ୍ବର -୧୪୬୭୮ ରେ କଲ କରିବେ |ଏହି ଟୋଲ ଫ୍ରୀ ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ |

  •  ଏହି ଫର୍ମ ସମ୍ପୂର୍ଣ୍ଣ ମାଗଣାରେ ଯଥେଷ୍ଟ ପରିମାଣରେ ଉପଲବ୍ଧ ରହିବ |

  •  ପୂରଣ ହୋଇଥିବା ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ |

  •  ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ନିର୍ଦ୍ଦେଶାନୁସାର ନିରୂପଣ କରାଯାଇଥିବା ନିର୍ଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟଳୟରେ ୪ ସେପ୍ଟେମ୍ବର ଅପରାହ୍ନରୁ ଫର୍ମ ସଂଗ୍ରହଆରମ୍ଭ କରାଯିବ | ଏହି ଫର୍ମ ଦାଖଲ ସମ୍ପୂର୍ଣ୍ଣ ମାଗଣା ହେବ |

  •  ସରକାରଙ୍କ ଅନୁମୋଦନ କ୍ରମେ ଚଳିତ ବର୍ଷର ରାକ୍ଷୀ ପୁର୍ଣ୍ଣିମା କିସ୍ତି ସେପ୍ଟେମ୍ବର ୧୭ ତାରିଖରେ ଦେବା ଆରମ୍ଭ କରାଯିବ | ଏବଂ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିଲା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ |

ଏହି ଅବସରରେ ମହିଳା ଓ ଶିଶୁବିକାଶ ବିଭାଗ ପ୍ରମୁଖ ଶାସନସଚିବ ଶ୍ରୀମତୀ ଶୁଭାଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଶା ବାନାର୍ଜୀ ଓ ଅନ୍ୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

Leave A Reply

Your email address will not be published.