ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

3

ପାରଳାଖେମଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍. କୁମାର , ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ୍.ଆନନ୍ଦ , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାୟକ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି , କତଳକଇଠା, ବାଘଶାଳା , ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୧୦୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୯ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୨୪ ଗୋଟି ଓ ଗୋଟିଏ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଉତ୍ତରାସେଲି ଗ୍ରାମର ଶ୍ରୀମତୀ କବିତା ବାରିକ ଓ ଶ୍ରୀ ଖିରୋଦ ଚନ୍ଦ୍ର ଦାସଙ୍କୁ ସରକାରଙ୍କ ଦ୍ୱାରା ଧାର୍ଯ୍ୟ ମାନଦଣ୍ଡ ଯୁକ୍ତ ଭିନ୍ନକ୍ଷମ ବିବାହ ପ୍ରୋତ୍ସାହନ ରାଶି ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ଚେକ୍ ପ୍ରଦାନ କରାଯାଇଛି।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା , ଅଭିଯୋଗ ଶୁଣାଣୀର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଜୟ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମହମ୍ମଦ ଆଲ୍ଲୀ , ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Leave A Reply

Your email address will not be published.