ଦୁବାଇରେ ଓଡିଆ ଯୁବକଙ୍କ ଦୁର୍ଘଟଣାରେ ମୃତ୍ୟୁ;ମରଶରୀର ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

3

ଭୁବନେଶ୍ବର, ୦୩।୦୯- ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଦୁବାଇରେ ଫସିଥିବା ମୃତ ଓଡିଆ ଯୁବକ ଅବ୍ୟକ୍ତ ପ୍ରସାଦ ସିଂହଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି।

ସୂଚନାଯୋଗ୍ୟ, କଟକ ଜିଲ୍ଲା ନିଆଳି ଥାନା ଅନ୍ତର୍ଗତ ବାବଜା ଗ୍ରାମର ପ୍ରଭାତ କୁମାର ବିଶ୍ବାଳଙ୍କ ପୁଅ ଅବ୍ୟକ୍ତ ଦୁବାଇ ଠାରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଗତ ଅଗଷ୍ଟ ୨୩ ତାରିଖରେ ଏକ ସଡକ ଦୁର୍ଘଟଣାରେ ତାଙ୍କର ସେଠାରେ ମୃତ୍ୟୁ ହୋଇଥିବା ଜଣେ ସହକର୍ମୀ ଅବ୍ୟକ୍ତଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ ମଧ୍ୟ କମ୍ପାନୀ କତ୍ତୃପକ୍ଷ ଏ ପର୍ଯ୍ୟନ୍ତ ପରିବାର ଲୋକଙ୍କୁ ଅବ୍ୟକ୍ତଙ୍କ ମୃତ୍ୟୁ ନେଇ କୌଣସି ସୂଚନା ଦେଇନାହନ୍ତି। ଅବ୍ୟକ୍ତଙ୍କ ପିତା ମରଶରୀରକୁ ଅନ୍ତିମ ସଂସ୍କାର ପାଇଁ ତାଙ୍କ ଗ୍ରାମକୁ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡିଥିଲେ। ଏହି ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ମରଶରୀରକୁ ଭାରତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।

Leave A Reply

Your email address will not be published.