ଜିଲ୍ଲାର ବିଭିନ୍ନ ସ୍ଥାନରେ ଗୁରୁ ଦିବସ ପାଳିତ

3

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଭାରତର ଦ୍ଵିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଦିନ ଅବସରରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି।
ଏହି ଉପଲକ୍ଷେ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂ ଶାସିତ ମହାବିଦ୍ୟାଳୟର ଅବସର ପ୍ରାପ୍ତ ଉଦ୍ଭିଦ ବିଜ୍ଞାନର ଡେମନ୍ ଷ୍ଟ୍ରେଟର୍ ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମହାପାତ୍ର ଓ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ପ୍ରଫୁଲ୍ଲ କୁମାରୀ ମହାପାତ୍ର , ମହେନ୍ଦ୍ର ଗିରି (ପୌର) ହାଇସ୍କୁଲ ଅବସର ପ୍ରାପ୍ତ ସରକାରୀ ଶିକ୍ଷୟିତ୍ରୀଙ୍କୁ ଅନୁଷ୍ଠାନର ବରିଷ୍ଠ ଉପଦେଷ୍ଟା ପୂଜ୍ୟ ମହନ୍ତ ଶ୍ରୀ ରାମାନନ୍ଦ ଦାଶ ଉପଢୌକନ , ପୁଷ୍ପଗୁଚ୍ଛ ,ଶ୍ରୀଫଳ ଧଦେଇ ସମ୍ବର୍ଦ୍ଧିତ କରିଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ଜମାଦାର , ଉପ- ସଭାପତି ଶ୍ରୀଯୁକ୍ତ ସଂଜୟ ଜେନା , ସମ୍ପାଦକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପଟ୍ଟନାୟକ , ଯୁଗ୍ମ- ସମ୍ପାଦକ ବିଭୂତି ଭୂଷଣ ରଥ , କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରମୋଦ ଚନ୍ଦ୍ର ପାଢ଼ୀ , ସଦସ୍ୟା ଶ୍ରୀମତୀ ସରିତା ପାଣିଗ୍ରାହୀ ଓ ଶ୍ରୀମତୀ ସୁଜାତା ଗମାଙ୍ଗ ପ୍ରମୁଖ ଯୋଗ ଦେଇଥିଲେ।
ଏହି ଅବସରରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଗୁରୁଜୀ ଗୁରୁମାଙ୍କୁ ଚନ୍ଦନ ତିଲକ ଲଗାଇ ପୂଜନ କରିଥିଲେ ଏବଂ ଗୁରୁଙ୍କ ଉଦ୍ଦେଶ୍ୟରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ପରିଚାଳନା ସମିତିର ସଦସ୍ୟ ବୃନ୍ଦ ବିଦ୍ୟାଳୟର ଆଚାର୍ଯ୍ୟ ଆଚାର୍ଯ୍ୟା ତଥା ସେବକ ସେବିକା ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପହାର ଦେଇ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମର ଶେଷରେ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।
ସେହିପରି ପାରଳାଖେମୁଣ୍ଡି ସ୍ଥିତ ସର୍ବ ପୁରାତନ ସଙ୍ଗୀତ ଅନୁଷ୍ଠାନ ଭକ୍ତି ସଙ୍ଗୀତ ସଂସଦ ପରିଚାଳିତ ସଙ୍ଗୀତ ବିଦ୍ୟାଳୟରେ ଗୁରୁଦିବସ ଅବସରରେ “ଗୁରୁ ପୂଜନ ଉତ୍ସବ” ମହାସମାରୋହରେ ପାଳିତ ହୋଇଯାଇଛି। ଅନୁଷ୍ଠାନର ସାଧାରଣ ସମ୍ପାଦକ ଶ୍ରୀ ପୁର୍ଣ୍ଣଚନ୍ଦ୍ର ରଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଗୁରୁ ପୂଜନ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଆଇନଜୀବୀ ଶ୍ରୀମତୀ ଇତିଶ୍ରୀ ମହାପାତ୍ର ଯୋଗଦେଇ ଗୁରୁ ପୂଜନ ଉତ୍ସବର ତାତ୍ପର୍ଯ୍ୟ ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ।
ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଗୁରୁମାନଙ୍କୁ ପୂଜାର୍ଚ୍ଚନା କରିବା ସହ ଗୁରୁବନ୍ଦନା ଗାନ କରିଥିଲେ। ଏହି ଉତ୍ସବରେ ଗୁରୁ ମାଧବ ପାତ୍ର ଓ ତବଲା ବାଦକ ଶ୍ରୀ ତ୍ରିଲୋଚନ ପଣ୍ଡାଙ୍କୁ ସମ୍ମାନିତ କରାଯାଇଥିଲା। ସେହିପରି ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାରପ୍ରାପ୍ତ ଗୁରୁ ଶ୍ରୀ ରଘୁନାଥ ପାତ୍ରଙ୍କୁ ମଧ୍ୟ ଭକ୍ତିସଙ୍ଗୀତ ସଂସଦର ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ରଥ , ସଙ୍ଗୀତ ଶିକ୍ଷାର୍ଥୀ ଓ ଅଭିଭାବକ ମାନଙ୍କ ଦ୍ବାରା ସମ୍ମାନିତ କରାଯାଇଥିଲା।
ସମସ୍ତ କାର୍ଯ୍ୟକ୍ରମକୁ ଶ୍ରୀମତୀ ସ୍ନିଗ୍ଧା ମିଶ୍ର , ଶ୍ରୀମତୀ ବବିତା ପୁରୋହିତ , ଶ୍ରୀ ଗିରିଜା ଶଙ୍କର ମିଶ୍ର ଓ ଶ୍ରୀ ରାଜେନ୍ଦ୍ର ରଥ ପ୍ରମୁଖ ପରିଚାଳନା କରିଥିଲେ। ଶେଷରେ ଶ୍ରୀମତୀ ସୁଜାତା ନନ୍ଦ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ସେହିପରି ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ସାଂସ୍କୃତିକ ଅନୁଷ୍ଠାନରେ ଗୁରୁ ଦିବସ ପାଳିତ ହୋଇଯାଇଛି।

Leave A Reply

Your email address will not be published.