ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ପାର୍ତ୍ତଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀବରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାର୍ତ୍ତଡ଼ା ଗ୍ରାମ ପଞ୍ଚାୟତ ସମେତ ଖରଡ଼ା , ରାଣୀପେଣ୍ଠ ଓ ସିଦ୍ଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୧୭୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୦୩ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୬୮ ଗୋଟି ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ, ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀମତୀ ବି.ସାୟାମା , ଅଧ୍ୟକ୍ଷା , ପଞ୍ଚାୟତ ସମିତି କାଶୀନଗର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦମ୍ବୁରୁଧର ମଲ୍ଲିକ , ତହସିଲଦାର ଶ୍ରୀ ଅଶୋକ କୁମାର ପ୍ରଧାନ , ସ୍ଥାନୀୟ ସରପଞ୍ଚ ଶ୍ରୀମତୀ କୁମାରୀ ରଇତ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Leave A Reply

Your email address will not be published.