ସୋଆ ଆଇନ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ

2

ଭୁବନେଶ୍ୱର, ୧୪/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍ନାଲ୍ ଇନଷ୍ଟିଟ୍ୟୁଟ୍ ଅଫ୍ ଲ (ସ୍ନିଲ୍)ରୁ ଆଇନ୍ ପାଠ୍ୟକ୍ରମରେ ଶିକ୍ଷା ସମାପ୍ତ କରିଥିବା ୨୦୧୯ -୨୪ ବ୍ୟାଚର ବିଏ ଏଲ୍ଏଲ୍ବି (ଅନର୍ସ), ବିବିଏ ଏଲ୍ଏଲବି (ଅନର୍ସ), ୨୦୨୧-୨୪ ବ୍ୟାଚର ଏଲ୍ଏଲବି (ଅନର୍ସ) ଏବଂ ୨୦୨୩-୨୪ ବ୍ୟାଚର କର୍ପୋରେଟ୍ ଲ ଏବଂ କ୍ରିମିନାଲ୍ ଲ’ରେ ସ୍ୱତନ୍ତ୍ର ଜ୍ଞାନ ଆହରଣ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶନିବାର ସ୍ନିଲ୍ କ୍ୟାମ୍ପସରେ ଆୟୋଜିତ ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଡିଗ୍ରୀ ପ୍ରଦାନ କରାଯାଇଛି ।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଡିଗ୍ରୀ ପ୍ରଦାନ କରିଥିଲେ ।
ଏହି ଉତ୍ସବରେ କୁଳପତି ପ୍ରଫେସର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପ୍ରଫେସର ନନ୍ଦ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ କହିଥିଲେ ଯେ ନ୍ୟାସ୍ନାଲ୍ ଇନଷ୍ଟିଟ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନ୍ଆଇଆରଏଫ) ରାଙ୍କିଙ୍ଗ ଅନୁଯାୟୀ ସେମାନେ ଦେଶର ନବମ ଶ୍ରେଷ୍ଠ ଆଇନ ଶିକ୍ଷାନୁଷ୍ଠାନ ଓ ୧୪ ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିବାର ସୁଯୋଗ ପାଇଛନ୍ତି । ତେଣୁ ସୋଆର ମାନକୁ ଊଦ୍ଧ୍ୱର୍କୁ ନେବା ନିମନ୍ତେ ସେମାନେ ନିଶ୍ଚୟ ଉଦ୍ୟମ କରିବେ ବୋଲି ସେ କହିଥିଲେ ।
ଏହି ଅବସରରେ ସୋଆର କଂଟ୍ରୋଲର ଅଫ୍ ଏଗ୍ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ସ୍ନିଲr ଡିନ୍ ପ୍ରଫେସର ଏସ୍. ଏ. କେ. ଆଜାଦ, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ସିନିୟର ପ୍ରଫେସର ତଥା ଉପଦେଷ୍ଟା ପ୍ରଫେସର ଜୟଦେବ ପତି, ସିନିୟର ପ୍ରଫେସର ପ୍ରବୀର ପଟ୍ଟନାୟକ ଏବଂ ସିନିୟର ପ୍ରଫେସର ମଧୁସୁଦନ ଦାସଙ୍କ ସମେତ ବିଭାଗୀୟ ମୁଖ୍ୟ ଏବଂ ଫ୍ୟାକଲ୍ଟି ମେମ୍ବରମାନେ ଉପସ୍ଥିତ ଥିଲେ ।

 

Leave A Reply

Your email address will not be published.