ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ହିନ୍ଦୀ ଦିବସ

2

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର , ପାରଳାଖେମୁଣ୍ଡି ଠାରେ ଜାତୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି।
ଏହି ଅବସରରେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷୟିତ୍ରୀ ଶ୍ରୀମତୀ ମନସ୍ବିନୀ ଦାସ , ସମ୍ମାନିତ ଅତିଥି ରୂପେ ବିଦ୍ୟାଳୟର ପରିଚାଳନା କମିଟିର ସମ୍ପାଦକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ। ମୁଖ୍ୟ ଅତିଥି ହିନ୍ଦୀଭାଷାର ଗୁରୁତ୍ବ , ମହତ୍ଵ ତଥା ହିନ୍ଦୀଭାଷାକୁ ଦୈନନ୍ଦିନ ଜୀବନରେ ବହୁଳ ମାତ୍ରାରେ ବ୍ୟବହାର କରିବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ସେ ପ୍ରେରଣା ଦେଇଥିଲେ।
ଏହି ଅବସରରେ ବିଦ୍ୟାଳୟର ହିନ୍ଦୀ ଆଚାର୍ଯ୍ୟ ଆଚାର୍ଯ୍ୟା ମାନଙ୍କୁ ସମ୍ମାନୀତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ତତ୍ବାବଧାନରେ ବିଦ୍ୟାଳୟର ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ହୋଇଥିଲା। କାର୍ଯ୍ୟକ୍ରମର ଶେଷରେ ବିଦ୍ୟାଳୟର ବରିଷ୍ଠ ହିନ୍ଦୀ ଆଚାର୍ଯ୍ୟ ଶ୍ରୀଯୁକ୍ତ ବିଜୟ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.