ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି (ଶନିବାର ଦିନ) ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଏହି ବର୍ଷର ତୃତୀୟ ଲୋକ ଅଦାଲତ ଅନୁଷ୍ଟିତ ହୋଇଯାଇଛି ।
ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ଚିଠି ଅନୁଯାଇ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଗଜପତି ଜିଲ୍ଲା ତଥା ଦୌରା ଜଜ୍ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭନ୍ନ କୋର୍ଟ କାର୍ଯ୍ୟ ତଦାରଖ ସଙ୍ଗେ ସଙ୍ଗେ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ। ପ୍ରାଧିକରଣ ସଚିବ ଶ୍ରୀ ବିମଳ ରାଉଳ ଉପସ୍ଥିତ ରହି କୋର୍ଟ କାର୍ଯ୍ୟ ପରିଚାଳନା ରେ ସହଯୋଗ ପ୍ରଦାନ କରିଥିଲେ। ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ବିଭିନ୍ନ ପ୍ରକାର ର ବିଚାରଧିନ ଥିବ ମାମଲା ରେ ତ୍ବରିତ ବିଚାର ପାଇଁ ପଦକ୍ଷେପ ସ୍ବରୂପ ବିଭିନ୍ନ କୋର୍ଟ ବ୍ୟାଞ୍ଚ ମାନ ପ୍ରତିଷ୍ଠା କରଯାଇଥିଲା।
ଲୋକ ଅଦାଲତ ରେ ପରିବାର ଅଦାଲତ ଜଜ୍ ଶ୍ରୀ ଅଶୋକ କୁମାର ପହି , ଅତିରିକ୍ତ ଜିଲ୍ଲା ଜଜ୍ ଶ୍ରୀ ପ୍ରଦୀପ କୁମାର ସାମଲ , ମୁଖ୍ୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ନରୋତ୍ତମ ସେ , ସବ୍ ଜଜ୍ ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , ଉପ ଖଣ୍ଡୀୟ ବିଚାର ବିଭାଗୀୟ ଅଧିକାରିଣୀ ଶ୍ରୀମତୀ ବିଷ୍ଣୁପ୍ରିୟା ସାମନ୍ତରାୟ , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାକାରୀ , ଶ୍ରୀ ସୁବଶିଷ ପାଣି ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ। ସେହିପରି ଭାବେ ରା .ଉଦୟଗିରୀ କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତ ରେ ସବ୍ ଜଜ୍ ଶ୍ରୀ ପୁଣ୍ୟଶ୍ଳୋକ ରଥ , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ତରୁଣ କୁମାର ସେଠି , ମୋହନା କୋର୍ଟ ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରି ଶ୍ରୀ ଶୁଭଜିତ ବେହେରା ଓ କାଶିନଗର ଗ୍ରାମ୍ୟ ନ୍ୟାୟଳୟ ର ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ ସୁଶ୍ରୀ ଅଙ୍କିତା ଗୁରୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।
ଆୟୋଜିତ ଲୋକ ଅଦାଲତ ରେ ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରୀୟ ବ୍ୟାଙ୍କ ର ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ ସମ୍ବନ୍ଧୀୟ ବିଭିନ୍ନ ମାମଲା ର ସମାଧାନ ପାଇଁ ଚେଷ୍ଟା କରିଥିଲେ। ଆୟୋଜିତ ଏହି ଲୋକ ଅଦାଲତ ରେ ଜିଲ୍ଲା କୋର୍ଟ ଓକିଲ ସଂଘ ସଭାପତି ଓ ସମ୍ପାଦକ ଙ୍କ ସମେତ ସମସ୍ତ ବରିଷ୍ଠ ଓକିଲ ବୃନ୍ଦ ଉପସ୍ଥିତ ରହି ବିଭିନ୍ନ କୋର୍ଟ ରେ ନିଜ ନିଜ କେସ ମକଦମ୍ମା ରେ ସହଯୋଗ ପ୍ରଦାନ କରିଥିଲେ । ଏହି ଲୋକ ଅଦାଲତ ରେ ସମୁଦାୟ ୨୬୬୭ଟି କେସ କୁ ବିଚାର କୁ ନିଆ ଯାଇ ୨୪୪୭ ଟି ମାମଲା ର ତ୍ବରିତ ସମାଧାନ କରାଯାଇ ଟ ୨୨୪୫୧୮୯ ୦୦ ଜରିମାନା ଆଦାୟ କରଯାଇଥିଲା।
ଉପସ୍ଥିତ ବ୍ୟାଙ୍କ ମାନେ ଉପସ୍ଥିତ ରହି ୧୦୬୨ ଟି କେସ ରୁ ୯୬ ଟି ସମାଧାନ କରି ଟ ୧୩୧୦୩୭୧୮୦୦ ଜରିମାନା ଆଦାୟ କରିଥିଲେ। ଏହି ଲୋକ ଅଦାଲତ କୁ କୋର୍ଟ କର୍ମଚାରୀ ଓ ପ୍ରାଧିକରଣ ର କର୍ମଚାରୀ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ ପ୍ରଦାନ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Next Post