ନ୍ୟୁ ଡ୍ରିମ ଇଣ୍ଡିଆ ସ୍କୁଲରେ ହିନ୍ଦୀ ଦିବସ ପାଳିତ

2

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ଆଜି ସ୍ଥାନୀୟ ନ୍ୟୁ ଡ୍ରିମ ଇଣ୍ଡିଆ ସ୍କୁଲ ପରିସରରେ ହିନ୍ଦୀ ଦିବସ ପାଳିତ ହୋଇଯାଇଛି. ହିନ୍ଦୀ ଶିକ୍ଷୟତ୍ରୀ ଶ୍ରୀମତୀ ମଧୁସ୍ମିତା ଵେବର୍ତ୍ତା ଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ରାଷ୍ଟ୍ର ଭାଷା ହିନ୍ଦୀର ମହତ୍ୱ ଉପରେ ଛାତ୍ର ଛାତ୍ରୀ ଭାଷଣ ପ୍ରଦାନ କରିଥିଲେ. ପଞ୍ଚମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ଚିନ୍ମୟୀ ବେହେରାଙ୍କ ଭାଷଣଅତ୍ୟନ୍ତ ହୃଦୟସ୍ପର୍ଶୀ ଥିଲା |  ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ହିନ୍ଦୀ ଭାଷା ସମ୍ପର୍କିତ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ. ପିଲାମାନଙ୍କ ଏହି ଅଭିନଵ ପ୍ରୟାସ କୁ ବିଦ୍ୟାଳୟ ର ପ୍ରଶାସନିକ ଅଧିକାରୀ ଶ୍ରୀଯୁକ୍ତ ଅଶୋକ କର ଏବଂ ଅଧ୍ୟକ୍ଷ୍ୟ ଶ୍ରୀଯୁକ୍ତ କୃଷ୍ଣ ଶତପଥୀ ଉପସ୍ଥିତ ରହି ଭୁୟସୀ ପ୍ରଶଂସା କରିଥିଲେ |
ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ତଥା ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ |

 

Leave A Reply

Your email address will not be published.