ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ

0 2

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।
ଏହି ପଦଯାତ୍ରାକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ଟାଉନ ହଲ୍ ଠାରୁ ବାହାରି ବିଜୁ କଲ୍ୟାଣ ମଣ୍ଡପ ପର୍ଯ୍ୟନ୍ତ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଉପସ୍ଥିତ ରେ ବିଶାଳ ପଦଯାତ୍ରା ର ହିତାଧିକାରୀଙ୍କୁ ସଚେତନତା କରଯାଇଥିଲା। ପଦଯାତ୍ରା ପରେ ପରେ ବିଜୁ କଲ୍ୟାଣ ମଣ୍ଡପ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା ଏଥିରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମ୍ମାନିତ ଅତିଥି ଭାବରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ , ପାରଳା ନିର୍ବାହୀ ଅଧିକାରୀ ଶ୍ରୀ ଗୌରଚନ୍ଦ୍ର ପଟ୍ଟନାୟକ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ ସମେତ , ସ୍ଵୟଂ ସହାୟକ ଗୋଷ୍ଠୀ ମୁଖ୍ୟ ସଦସ୍ୟ ପ୍ରମୁଖ ଯୋଗଦେଇଥିଲେ।
ଏହି ସଭାରେ ସୁଭଦ୍ରା ଯୋଜନାର ହିତାଧିକାରୀ ମହିଳା ମାନଙ୍କୁ ସଚେତନତାର ବାର୍ତ୍ତା କିପରି ପହଞ୍ଚି ପାରିବ ସେ ବିଷୟରେ ସମସ୍ତ ଅତିଥି ମାନେ କହିଥିଲେ। ଅଜିର ଏହି ସୁଭଦ୍ରା ସ୍ଵାଗତ ପଦଯାତ୍ରାର ଉଦ୍ଦେଶ୍ୟ ହିତାଧିକାରୀଙ୍କୁ ଘରେ ଘରେ ସୁଭଦ୍ରା ଯୋଜନାର ବାର୍ତ୍ତା ପହଞ୍ଚାଇବା ଓ ସରକାରଙ୍କ ନିର୍ଦ୍ଦେଶ ମୁତାବକ ସୂଚନା , ଶିକ୍ଷା ଓ ସଞ୍ଚାର ଜରିଆରେ ବିଭିନ୍ନ ମାଧ୍ୟମରେ ପ୍ରଚାର ପ୍ରସାର କାର୍ଯ୍ୟ ଚାଲୁରହିଛି।
ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ସଂଯୋଜକ , ମିଶନ ଶକ୍ତି ଶ୍ରୀ ଟିମନ ବାର , ମିଶନ ଶକ୍ତି ପ୍ରୋଗ୍ରାମ ଅଫିସର୍ ଶ୍ରୀମତୀ ମନସ୍ମିତ ପାତ୍ର , ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କ ସମେତ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.