ଜଗତସିଂହପୁର,ତା-୧୭.୦୯.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ , ପାରାଦ୍ବୀପ ଶ୍ରୀ ଲଳିତ ମୋହନ ବେହେରା ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୪୬ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୪୧ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ଯୋଜନା ସମ୍ପର୍କୀୟ ୦୪ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୦୭ ଟି, ପେନସନ ପାଇବା ପାଇଁ ୦୧ ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡ ରୁ ସହାୟତା ନିମନ୍ତେ ୦୧ ଟି, ପୋଲିସ ସହାୟତା ପାଇବା ପାଇଁ ୦୧ ଟି ଏବଂ ଅନ୍ୟାନ୍ୟ ୨୪ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୩ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି ଆର୍, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ରବିନାରାୟଣ ଜେଠୀ,ଉପ ଜିଲ୍ଲାପାଳ ଶ୍ରୀ ବିବୁଧ ଗଡ଼ନାୟକ, ଏ ପିଡି ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜଗତସିଂହପୁର ଶ୍ରୀ ଆଶୁତୋଷ ମିଶ୍ର, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ।
Sign in
Sign in
Recover your password.
A password will be e-mailed to you.