ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଓଡ଼ଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ରଶି ବଣ୍ଟନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରମିକ ମାନଙ୍କୁ ସହାୟତା ବଣ୍ଟନ କରିଥିଲେ। ଏହି ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନରେ ଜିଲ୍ଲାରେ ୪୦୩ ଜଣଙ୍କୁ ବିଭିନ୍ନ ସୁବିଧା ବଣ୍ଟନ କରାଯାଇଛି। ସେହିପରି ମୃତ୍ୟୁ କାଳୀନ ସହାୟତା ବାବଦକୁ ୧ କୋଟି ୫୯ ଟଙ୍କା ୮୦ ଜଣଙ୍କୁ ଦିଆଯାଛି ଓ ଅନ୍ତ୍ୟେଷ୍ଟି କ୍ରିୟା ସହାୟତା ବାବଦକୁ ୭୮ ଜଣଙ୍କୁ ୩ ଲକ୍ଷ ୯୦ ହଜାର ଟଙ୍କା ପ୍ରଦାନ କରାଯାଇଛି ଓ ବିବାହ କାଳୀନ ସହାୟତା ବାବଦକୁ ୧ କୋଟି ୨୨ ଲକ୍ଷ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀମତୀ ଭାରତୀ ବେହେରା , ସଂଯୋଜକ ଶ୍ରୀ ସୁକାନ୍ତ କୁମାର ପଣ୍ଡା , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମେତ ଅନ୍ୟ ଶ୍ରମ ବିଭାଗୀୟ କର୍ମଚାରୀ ଓ ନିର୍ମାଣ ଶ୍ରମିକ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.