ଜଗତସିଂହପୁର, ତା-୨୩.୦୯.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରଘନାଥପୁର ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୧୦ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୯୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୧୯ ଟି, ଆବାସ ଯୋଜନା ସମର୍କୀୟ ୨୫ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୩ ଟି, ପେନସନ ପାଇବା ପାଇଁ ୦୭ ଟି, ପୋଲିସ ସହାୟତା ପାଇବା ପାଇଁ ୦୪ ଟି, ଏବଂ ଅନ୍ୟାନ୍ୟ ୨୫ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୨ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେନ୍ଦ୍ର ପଣ୍ଡା, ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ଉପ ଜିଲ୍ଲାପାଳ ଶ୍ରୀ ବିବୁଧ ଗଡନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଘନାଥପୁର ଶ୍ରୀମତୀ ନମିତା ବାରିକ , ତହସିଲଦାର,ରଘନାଥପୁର , ଶ୍ରୀମତୀ ଅଭିପସା ପଟ୍ଟନାୟକ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
Sign in
Sign in
Recover your password.
A password will be e-mailed to you.