ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୬ ତମ ଶିଶୁକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ପୋଷ୍ୟ ସନ୍ତାନ ଭାବେ ଆନ୍ଧ୍ର ପ୍ରଦେଶ ରାଜ୍ୟର ଏକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ପ୍ରକାରେ ଆଜିକୁ ପ୍ରାୟ ୫ ମାସ ତଳେ ଉକ୍ତ ଶିଶୁଟିକୁ ରାୟଗଡ଼ ଅଞ୍ଚଳରୁ ଅସହାୟ ଅବସ୍ଥାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଉଦ୍ଧାର କରିଥିଲେ।
ଉକ୍ତ ଶିଶୁଟିର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିସାନ ସାଲୋମ , ରାଣୀପେଣ୍ଠ ଠାରେ ରଖାଯାଇଥିଲା। ଉକ୍ତ ଶିଶୁଟିର କେହି ନଥିବା ଜାଣିବା ପରେ ଶିଶୁ ମଙ୍ଗଳ ସମିତି , ଗଜପତି ଶିଶୁଟିକୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ତାହାର Adoption ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା। ଯାହାଦ୍ବାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ , ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।
ପରବର୍ତ୍ତି ମୁହୁର୍ତ୍ତରେ ଚାରିବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଆନ୍ଧ୍ରପ୍ରଦେଶ ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ଭାବେ ଶିଶୁଟିକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ , ଗଜପତି ପ୍ରସ୍ତୁତ କରିଥିଲେ। ପରବର୍ତ୍ତି ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ଆନ୍ଧ୍ରପ୍ରଦେଶ ରାଜ୍ୟର ଦମ୍ପତ୍ତି ଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା। ଏହି ଶିଶୁଟି ପୁତ୍ର ସନ୍ତାନ ହୋଇଥିଲା ବେଳେ ଏହାର ବୟସ ମାତ୍ର ୫ ମାସ ହୋଇଥିଲା। ଶିଶୁଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।
ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ , ବିଶାଖାପାଟଣା ଜିଲ୍ଲା (ଆନ୍ଧ୍ରପ୍ରଦେଶ) ର ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଏ.ସତ୍ୟ ନାରାୟଣା , ଶିଶୁ ଅଧିକାର ଆୟୋଗ , ଆନ୍ଧ୍ର ପ୍ରଦେଶ ର ସଦସ୍ୟ ଶ୍ରୀଯୁକ୍ତ ଜି.ସୀତାରାମ , ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ଥ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.