ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ୨୦୨୪-୨୫

0 1

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମ କୁ ସ୍ୱୟଂ ଉଦଘାଟନ କରିଥିଲେ।
ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଅତିଥି ମାନଙ୍କୁ ସ୍ୱାଗତ ଜଣାଇଥିଲେ।
ଜିଲ୍ଲା ବିଜ୍ଞାନ ନିରକ୍ଷକ ଏ.ରବି କୁମାର ଏହି କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇ ଚଳିତ ବର୍ଷର ବିଷୟ “କୃତ୍ରିମ ବୃଦ୍ଧିମତା : ଆଶା ଓ ଆଶଙ୍କା ” ସମ୍ପର୍କରେ ଆଲୋକପାତ କରିଥିଲେ।
ଉକ୍ତ କାର୍ଯ୍ୟକ୍ରମ ର ବିଚାରକ ଭାବେ ଡ଼ଃ.ଅଭିଷେକ ଦାସ ଓ ଜିଲ୍ଲା ବିଜ୍ଞାନ ନିରକ୍ଷକ ଏ.ରବି କୁମାର ଦାୟିତ୍ୱ ତୁଲାଇଥିଲେ।
ଏଥିରେ ବ୍ଲକ ସ୍ତରରୁ ମନୋନୀତ ହୋଇଥିବା ମୋଟ ୭ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଖରସଣ୍ଡା ର ଆର୍.ଏମ୍ ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ଜି.ରେନୁଶ୍ରୀ ପ୍ରଥମ ସ୍ଥାନ , ଓ.ଏ.ଭି କଇଟପଦର ଛାତ୍ରୀ ଶ୍ରଦ୍ଧାଞ୍ଜଳି ପଣ୍ଡା ଦ୍ଵିତୀୟ ସ୍ଥାନ ଓ ଜିଭା ର ସରକାରୀ ଉଚ୍ଚ ବିଦ୍ୟାଳୟ ର ଛାତ୍ର ସାଲମନ୍ ନାୟକ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।
ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀ ଜି .ରେନୁଶ୍ରୀ ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି।
ଶେଷରେ ଶିକ୍ଷୟିତ୍ରୀ କବିତା ରାଉତ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଏନ୍.ଜଗଦୀଶ ଓ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Leave A Reply

Your email address will not be published.