ପଦ୍ମପୁର:- ସ୍ଥାନୀୟ ମାରୱାଡି ଧର୍ମଶାଳା ଠାରେ ଅଗ୍ରୱାଲ ସମାଜ ପକ୍ଷରୁ ଅଗ୍ରସେନ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ମୋଟ ୧୬ ଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମାରୱାଡି ସମାଜ ସଭାପତି ଅମରଦୀପ ଅଗ୍ରୱାଲ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଥମ, ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ମାରୱାଡି ଯୁବାମଞ୍ଚ, ମାରୱାଡି ମହିଳା ସମିତି ସହଯୋଗ କରିଥିଲେ। ପରିଶେଷରେ ସମ୍ପାଦକ ବଜରଙ୍ଗ ଗର୍ଗ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ପ୍ରବଳ ଜନ ସମାଗମ ପରିଲକ୍ଷିତ ହୋଇଥିଲା।
Sign in
Sign in
Recover your password.
A password will be e-mailed to you.