ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର , ପାରଳାଖେମୁଣ୍ଡି ଠାରେ ଜାତିର ପିତା ତଥା ଅହିଂସାର ପୂଜାରୀ ମହାତ୍ମା ଗାନ୍ଧୀ ଓ ମହାନ ଜନନାୟକ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି।
ଏହି ଅବସରରେ ବିଦ୍ୟାଳୟର ବିଜ୍ଞାନ ଆଚାର୍ଯ୍ୟା ସୁଶ୍ରୀ ଶିବାନୀ ରଥ ଓ ଇତିହାସ ଆଚାର୍ଯ୍ୟ ଶ୍ରୀ ସୁନିଲ୍ କୁମାର ପରିଡ଼ା , ଗାନ୍ଧିଜୀ ତଥା ଶାସ୍ତ୍ରୀଜୀଙ୍କ ଜୀବନୀ ତଥା ଦେଶର ସ୍ଵାଧୀନତା ରେ ତାଙ୍କର ଅବଦାନ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଗାନ୍ଧୀ ଛକଠାରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।
ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ନେତୃତ୍ଵରେ ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ପରିଚାଳନା ପୂର୍ବକ ସଫଳ ମଣ୍ଡିତ ହୋଇଥିଲା । ଏହି ଅବସରରେ ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ସ୍ଵର୍ଗତ ଶ୍ରୀ ତ୍ରିନାଥ ସାହୁଙ୍କ ତିରୋଧାନ ଦିବସ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।
Sign in
Sign in
Recover your password.
A password will be e-mailed to you.