ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଶନିବାର ପୂର୍ବାହ୍ନରେ ଗୁଡାରି ସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟରେ ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅତିଥି ଭାବେ ଥାନା ଅଧିକାରୀ ସମର୍ପିତା ସ୍ୱାଇଁ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ବ୍ଲକ ର ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା। ଅପରାହ୍ନରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ବିଡ଼ିଓ ଅନିଶା ଦାସ ଯୋଗ ଦେଇ ସୁରଭି କାର୍ଯ୍ୟକ୍ରମ ରେ ଭାଗ ବେଇଥିବା ଛାତ୍ରୀଛାତ୍ର ଙ୍କୁ ଉତ୍ସାହିତ କରିଥିଲେ। ବିଭିନ୍ନ ପ୍ରତିଯୋଗିତା ରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ମାନ ପତ୍ର ସହ ପୁରସ୍କୃତ କରାଯାଇଥିଲା। ଗୋଷ୍ଠୀ ଶିକ୍ଷା ଅଧିକାରୀ ରତ୍ନମୟୀ ପୁରୋହିତ ଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଦୁଇ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ସମସ୍ତ ସିଆରସିସି, ଶିକ୍ଷକ ଏବଂ କାର୍ଯ୍ୟାଳୟର କର୍ମଚାରୀ ସହଯୋଗ କରିଥିଲେ। ଶିକ୍ଷକ ବିଶ୍ୱନାଥ ସାମଲ ମଞ୍ଚ ପରିଚାଳନା କରିଥିଲେ।