ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଦକ୍ଷୀଣ ଓଡିଶା ପାଚିକା ଓ ସହାୟିକା ମହାସଂଘ Mid Day Meal Workers ତରଫରୁ ରାମନାଗୁଡା ବ୍ଲକ ଅନ୍ତର୍ଗତ ଚାକୁଣ୍ଡା ହାଟପଦା ଠାରେ ବ୍ଲକ ସ୍ତରୀୟ ସମ୍ମିଳନୀ ଉର୍ମିଳା ଖଣ୍ଡଗିରିଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ଜିଲ୍ଲା ସଭାପତି ମୁନି ଶବର ଓ ବୃନ୍ଦାବନ ବିଡିକା କେନ୍ଦ୍ର ଓ ରାଜ୍ୟ ସରକାର କଂ ଶ୍ରମିକ ଜନ ବିରୋଧି ନିତି ବିରୁଦ୍ଧରେଆଦୋଂଲନ କରିବା ପାଇଁ ଉଦ୍ଧବୋଧନ ଦେଇଥିଲେ।
1 – ପାଚିକା ଓ ସହାୟିକା ମାନକୁଂ ମାସିକ 26 ହଜାର ଟଙ୍କା ଓ ପାଚିକା ମାନକୁଂ ସରକାରି ମାନ୍ୟତା. ପ୍ରଦାନ କରାଯାଉ।
2 – ସ୍କୁଲ ବନ୍ଦ, ସ୍କୁଲ ମିଶ୍ରଣ ଫଳରେ ବାଦପଡିଥିବା ସମସ୍ତ ପାଚିକାଙ୍କୁ ଅନ୍ୟତ୍ର ନିଶ୍ଚିତ ନିଯୁକ୍ତି ଦିଆଯାଇ।
3 – କେନ୍ଦ୍ର ସରକାରଙ୍କ ଘୋଷଣା ଅନୁଯାୟୀ ୨୦୦୯ ଡିସେମ୍ବରଠାରୁ ୨୦୧୭ ଡିସେମ୍ବର ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କର ୪୦% ଭାଗ ବକେୟା ପାରିଶ୍ରମିକ ପ୍ରଦାନ କରାଯାଉ ।
4 – ନୁତନ ଶିକ୍ଷା ନିତି 2020 ବାତିଲ କରାଯାଉ।
5 – ପିଲାସଂଖ୍ୟା କମ ପାଇଁ ବନ୍ଦ ହୋଇଥିବା ୯୬୬ ଓ ୧୪୩୭୯ ପ୍ରାଥମିକ ବିଦ୍ୟାଳୟକୁ ତୁରନ୍ତ ଖୋଲାଯାଇ ପାଚିକାମାନଙ୍କୁ ନିଯୁକ୍ତି ଦିଆଯାଉ ।
6 – ପାଚିକାମାନଙ୍କୁ ୧୦ ମାସର ପରିବର୍ତ୍ତେ ୧୨ ମାସର ପାରିଶ୍ରମିକ ପ୍ରଦାନ କରିବା ସହିତ ୨୦୨୨ ମଇ, ଜୁନ ମାସରେ କାମ କରିଥିବା ସମସ୍ତ ପାଚିକାଙ୍କୁ ପାରିଶ୍ରମିକ ପ୍ରଦାନ କରାଯାଉ ।
7 – ଅବସର କାଳୀନ ବୟସ ସୀମା ୬୨କୁ ବୃଦ୍ଧି କରିବା ସହିତ ୬୦ବର୍ଷ ପରେ ବାଦ ପଡିଥିବା ପାଚିକାଙ୍କୁ ଅବସର ପ୍ରଦାନ କରାଯାଉ ।
8 – ପାଚିକାଙ୍କୁ ପ୍ରତିମାସ ପ୍ରଥମ ସପ୍ତାହରେ ପାରିଶ୍ରମିକ ପ୍ରଦାନ କରାଯାଉ ।
9 – ମଧ୍ୟାନ୍ନ ଭୋଜନ କାମ ବ୍ୟତିତ ଅନ୍ୟାନ୍ୟ କାମରେ ନିୟୋଜିତ ବନ୍ଦ କରାଯାଉ,
10 – ପାଚିକାମାନଙ୍କୁ ଛୁଟି ନେବାର ବ୍ୟବସ୍ଥା ସହିତ ସରକାରୀ ନିୟମ ଅନୁଯାୟୀ ପାରିଶ୍ରମିକ ସହିତ ପ୍ରସୂତିକାଳୀନ ଛୁଟିର ବ୍ୟବସ୍ଥା କରାଯାଉ ।
11 – ମଧ୍ୟାହ୍ନ ଭୋଜନକୁ ଅକ୍ଷୟ ପାତ୍ର ଓ ନନ୍ଦୀ ଫାଉଣ୍ଡେସନ ଭଳି ଘରୋଇ ସଂସ୍ଥାକୁ ହସ୍ତାନ୍ତର ବନ୍ଦ କରାଯାଉ ।
12 – ପାଚିକାମାନଙ୍କର ଗତ ୪ ବର୍ଷର ବକେୟା ଶାଢୀ ପ୍ରଦାନ ସହିତ ବର୍ଷକୁ ଦୁଇ ହଳ ଶାଢୀ ପ୍ରଦାନ,, ସାମାଜିକ ନିରାପତ୍ତା, ବୀମାଭୁକ୍ତ କରାଯାଉ ।
13 – ବିଭିନ୍ନ ସ୍କୁଲରେ ନୂତନ ଭାବେ ନିଯୁକ୍ତି ପାଉଥିବା ପାଚିକାଙ୍କୁ ନିଯୁକ୍ତି ଦିନଠାରୁ ପାରିଶ୍ରମି ରିଶ୍ରମିକ ପ୍ରଦାନ କରାଯାଉ ।
14 – ଶ୍ରମିକ, କର୍ମଚାରୀ ବିରୋଧ ଶ୍ରମ କୋଡକୁ ବାତିଲ କରାଯାଉ ।
15 – ମଧ୍ୟାହ୍ନ ଭୋଜନ ଓ ପାଚିକା ସହାୟିକା ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର ବଜେଟ୍ରେ ଆବଶ୍ୟକୀୟ ବ୍ୟୟ ବରାଦ କରିବାର ବ୍ୟବସ୍ଥା କରିବା ସହିତ ଛାତ୍ରମାନଙ୍କର ମୁଣ୍ଡପିଛା ଖାଇବା ଖର୍ଚ୍ଚ ବୃଦ୍ଧି କରାଯାଉ ।
ଏହି ବୈଠକରେ ଉପସ୍ଥିତ ଥିଲେ ଉର୍ମିଳା ଖଣ୍ଡଗିରି, ପ୍ରତିମା ଶବର , ସୋରଜନି ମୁଟୁକି, ତୁଳସା ପିରିପାକା , କୁମାରୀ ଶବର, କୁନ୍ତି ଶବର, ପ୍ରମିଳା ଶବର, ସୁନିତା ଶବର । ଏହି ବୈଠକକୁ ଦକ୍ଷୀଣ ଓଡିଶା ପାଚିକା ଓ ସହାୟିକା ମହାସଂଘ ଉପଦେଷ୍ଟା ତିରୁପତି ଗମାଙ୍ଗ ପରିଚାଳନା କରୁଥିଲେ।