ଜଗତସିଂହପୁର,ତା-୧୪.୧୦.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବିରିଡ଼ି ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଜିଲ୍ଲାପାଳ ଶ୍ରୀ ଜେ ସୋନାଲ (ଭା ପ୍ର ସେ)ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୬୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୩ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୭ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୨ ଟି, ଆବାସ ଯୋଜନା ସମର୍କୀୟ ୧୯ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୮ଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ପାଇଁ ୧ ଟି,ପେନସନ ପାଇବା ପାଇଁ ୧ ଟି, ପୋଲିସ ସହାୟତା ପାଇବା ପାଇଁ ୦୧ ଟି, ଏବଂ ଅନ୍ୟାନ୍ୟ ୧୪ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୭ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା , ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବି ନାରାୟଣ ଜେଠୀ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିରିଡ଼ି ,ଶ୍ରୀ ବିଜୟ କୁମାର ବେହେରା,ଅତିରିକ୍ତ ତହସିଲଦାର, ବିରିଡ଼ି, ଶ୍ରୀମତୀ ତନୁଶ୍ରୀ ବେହେରା, ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ମମତା ପାତ୍ର,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post