ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

0

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କର ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ସୁସ୍ଥତା, ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା ତଦନ୍ତର ଅଗ୍ରଗତି ଆଦି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୁଙ୍ଖାନୁପଙ୍ଖ ସମୀକ୍ଷା କରିଛନ୍ତି।
ଏହି ଅବସରରେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା( IG, CAW & CW) ଶ୍ରୀମତୀ ଏସ. ସାଇନି ଏହି ମାମଲାର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ସୂଚନା ପ୍ରଦାନ କରିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟଯେ, ରାଜ୍ୟ ସରକାରଙ୍କ ସହଯୋଗରେ ପୀଡିତାଙ୍କ ପରିବାର ସଦସ୍ୟ ସେଠାରେ ଉପସ୍ଥିତ ରହିଛନ୍ତି।
ଉକ୍ତ ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଚିହ୍ନଟ କରାଯିବା ସହ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଓଡିଶା ପୋଲିସର ବରିଷ୍ଠ ପୋଲିସ ଅଧିକାରୀଗଣ ଦିଲ୍ଲୀ ପୋଲିସ ସହ ଯୋଗାଯୋଗରେ ରହିଛନ୍ତି।

Leave A Reply

Your email address will not be published.