ଉମରକୋଟ ଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

0 2

ନବରଙ୍ଗପୁର ଅଶୋକ ସାହୁ, ଶାସକ ପ୍ରଶାସକ:  ଉମରକୋଟ ସହର ସ୍ଥିତ ପୌରପରିଷଦ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର ଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୪୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।
ଏହି ଅବସରରେ ସାମାଜିକ ସୁରକ୍ଷା ବିଭାଗ ଦ୍ଵାରା ୪ ଜଣ ଙ୍କୁ ହୁଇଲ୍ ଚେଆର୍ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା ଏବଂ ୧୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନାର ସହାୟତା କାର୍ଡ ପ୍ରଦାନ କରଯାଇଥିଲା।

Leave A Reply

Your email address will not be published.