ଲାଞ୍ଜିଗଡ଼ ବ୍ଲକସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

0 2

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ): ତା. ୨୧ /୧୦ /୨୦୨୪ : ଆଜି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଠାରେ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏଥିରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ମୋଟ ୧୨୨ ଜଣ ଅବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ୬୮ ଗୋଟି ରହିଥିବା ବେଳେ ଗ୍ରାମ୍ୟ ତଥା ସାମୁହିକ ୫୩ ଜଣଙ୍କର ରହିଥିଲା । ଶିବିରରେ ୧୦ ଗୋଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା । ସମସ୍ତଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହିତ ତୁରନ୍ତ ସମସ୍ୟାର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ଏହି ଯୁଗ୍ମ ଶୁଣାଣୀରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢି, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ସି.ଡି.ଏମ.ଓ ସୁଚିତା ପାଣି ଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ , ବ୍ଲକ ଅଧ୍ୟକ୍ଷ, ବି.ଡି.ଓ., ତହସିଲଦାର, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Leave A Reply

Your email address will not be published.