ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ( ସୋମବାର) ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୭ ଏବଂ ୫୮ତମ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ପୋଷ୍ୟ ସନ୍ତାନ ଭାବେ ସୁଦୂର କାନାଡା ଦେଶର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ପ୍ରକାରେ ପିତୃମାତୃହୀନ ଏହି ଦୁଇ ଶିଶୁପୁତ୍ରଙ୍କୁ , ଶିଶୁ ମଙ୍ଗଳ ସମିତି ଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ନିସାନ ସାଲୋମ ଶିଶୁ ଯତ୍ନ ଅନୁଷ୍ଠାନ , ଗୁମ୍ମା ଠାରେ ରଖି ଯତ୍ନ ଓ ସୁରକ୍ଷା ପ୍ରଦାନ କରାଯାଉଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି , ଗଜପତି ଶିଶୁଦ୍ଵୟଙ୍କୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁଙ୍କର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା , ଯାହାଦ୍ବାରା ଶିଶୁଦ୍ୱୟ ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବେ , ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।
ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ତିନି ବର୍ଷ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା କାନାଡା ଦେଶର ଏକ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ସ୍ତରରେ ଶିଶୁଦ୍ଵୟଙ୍କୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ , ଗଜପତି ପ୍ରସ୍ତୁତ କରିଥିଲେ।
ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଦ୍ଵୟଙ୍କୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ। ସମ୍ପର୍କରେ ଶିଶୁଦ୍ଵୟ ଦୁଇ ଭାଇ ହୋଇଥିବାବେଳେ , ଶିଶୁଦ୍ଵୟଙ୍କୁ ପାଇ ଉକ୍ତ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।
ହସ୍ତାନ୍ତର ସମୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରୀପାଠୀ , ନିସାନ ସାଲୋମ ଶିଶୁ ଯତ୍ନ ଅନୁଷ୍ଠାନର ପରିଚାଳକ ଶୁଭଙ୍କର ଲିମ୍ମା , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.