ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜା ଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଓଡିଆ ବକୃତା , ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା , ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।
ଏଥିରେ କୃତି ପ୍ରତିଯୋଗୀଙ୍କୁ ଆସନ୍ତା ୨୯ ତାରିଖ ଦିନ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ।
ସେହିପରି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ମଧ୍ଯ ଓଡ଼ିଆ ବକୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କୃତି ପ୍ରତିଯୋଗୀଙ୍କୁ ଆସନ୍ତା ନଭେମ୍ବର ୨ ତାରିଖ ଦିନ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଛାତ୍ରଛାତ୍ରୀ ମାନଙ୍କୁ ସମ୍ମାନିତ ଅତିଥି ମାନଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରାଯିବ।
ଆଜିର ଏହି ପ୍ରତିଯୋଗୀତାର ବିଚାରକ ମଣ୍ଡଳୀ ଭାବେ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତା , ଶ୍ରୀ ଭଗବତ ପାଢୀ , ଶ୍ରୀ ଦେବଦାସ ତମାରପୁ , ଡି.ଶ୍ରୀରାମ ମୂର୍ତ୍ତି , ସସ୍ମିତା ମିଶ୍ର , ସୁଲତା ଶୁଭଦର୍ଶୀନୀ , ପଦ୍ମିନୀ ପଣ୍ଡା , ଜଗନ୍ନାଥ ପଟ୍ଟନାୟକ , କିଶୋର ଦାସ ଓ ଏନ୍.ଜଗଦିଶ ପ୍ରମୁଖ ବିଚାରକ ମଣ୍ଡଳୀ ଭାବେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.