ନୂଆଗାଁ ୨୮/୧୦( ଆପ୍ର):ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବଗାନ୍ଧି ସଦଭାବନା ଗୃହରେ ନୟାଗଡ଼ ଜିଲ୍ଲାପାଳଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ନୟାଗଡ଼ ଉପ ଜିଲ୍ଲାପାଳ ତଥା ଉପଖଣ୍ଡ ମାଜିଷ୍ଟ୍ରେଟ ନୟାଗଡ କର୍ଣ୍ଣଦେବ ସମାଦ୍ଦାର, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲାପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ପଣ୍ଡା,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଶ ଚନ୍ଦ୍ର ପଣ୍ଡା , ନୂଆଗାଁ ବିଡ଼ିଓ ବାସୁଦେବ ନାୟକ, ନୂଆଗାଁ ତହସିଲଦାର ହେମନ୍ତ କୁମାର ନାୟକ ,ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରାଙ୍କ ସହିତ ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ। ଉକ୍ତ ଅଭିଯୋଗ ପ୍ରକୋଷ୍ଟ୍ର ରେ ମୋଟ ୧୮୧ ଟି ଆପତ୍ତି ଅଭିଯୋଗ ଆସିଥିଲା। ସେଥି ମଧ୍ୟରେ ୧୬୧ ଟି ଅଭିଯୋଗ ବ୍ୟକ୍ତିଗତ ଥିବା ବେଳେ ୧୬ଟି ଅଭିଯୋଗ ଗ୍ରାମ୍ୟ ସମସ୍ୟା ଓ ୪ଗୋଟି ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଧାରିତ ଥିଲା , ରେଡ଼କ୍ରସ ରୁ କେହି ଅଭିଯୋଗ କରିନଥିବା ବେଳେ ସେଥି ମଧ୍ୟରୁ ୧୭ଟିର ତୁରନ୍ତ ସମାଧାନ ହୋଇଥିଲା।
Sign in
Sign in
Recover your password.
A password will be e-mailed to you.