ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

3

ପାରଳାଖେମୁଣ୍ଡି / ବାଳାକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତୁମୁଳ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତୁମୁଳ ଗ୍ରାମ ପଞ୍ଚାୟତ ସମେତ ଭୁବନି , ସେରଙ୍ଗ ଓ ଅଜୟଗଡ ପଞ୍ଚାୟତର ସମୁଦାୟ ମୋଟ-୧୨୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୯ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୫୭ ଗୋଟି ଆସିଥିଲା ଓ ସେଥିମଧ୍ୟରୁ ୫୩ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରଯାଇଛି ଓ ସ୍ଥାନୀୟ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ମଧ୍ଯ ପ୍ରଦାନ କରାଯାଇଛି। ଅନ୍ୟ ଅଭିଯୋଗ ଗୁଡିକ ମଧ୍ୟ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା ,ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଆକାଶ କୁମାର ପଣ୍ଡା , ତହସିଲଦାର ଶ୍ରୀ ଦେବୀ ପ୍ରସନ୍ନ ସ୍ଵରସ୍ଵତ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ , ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ , ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

Leave A Reply

Your email address will not be published.