ଭୁବନେଶ୍ୱର: ଆଜି କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅଧୀନସ୍ଥ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସ୍ନେହଲତା ସାହୁଙ୍କ ଅବହେଳା ପାଇଁ ତାଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କିରାଣୀ ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କ ୭ ମାସର ଗର୍ଭ ନଷ୍ଟ ହେବା ଘଟଣାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାପାଳ ଶ୍ରୀ ସ୍ମୃତିରଞ୍ଜନ ପ୍ରଧାନଙ୍କ ସହ ମୋବାଇଲ ଯୋଗେ କଥା ହୋଇ ଘଟଣାର ପୂଙ୍ଖାନୁପୁଙ୍ଖ ତଦନ୍ତ କରି ତୁରନ୍ତ ରିପୋର୍ଟ ପ୍ରଦାନ କରିବା ସହ ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀମତୀ ପରିଡା।
Sign in
Sign in
Recover your password.
A password will be e-mailed to you.